ଜାଣନ୍ତୁ ଆଜି ଦିନଟି ଆପଣଙ୍କ କେମିତି କଟିବ ?

ମେଷ – ନିଜ କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଆୟ ପରିମାଣ ବୃଦ୍ଧି ପାଇବ । ଯଶସ୍ୱୀ ଓ ସୁସ୍ଥ ନିରାମୟ ଜୀବନଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ବୃଷ – ମନ ପ୍ରଫୁଲ୍ଲ ରହିବ । ପରିଶ୍ରମର ମୂଲ୍ୟ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

ମିଥୁନ – କର୍ତ୍ତବ୍ୟ ପରାୟଣ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

Loading...

କର୍କଟ – ବ୍ୟବସାୟରେ ଉନ୍ନତି ଘଟିବ । କଷ୍ଟ ସ୍ୱୀକାର କରିପାରନ୍ତି । ଈର୍ଷାପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ସିଂହ – ଯାତ୍ରାଦିରେ ଲାଭବାନ୍ ହୋଇପାରନ୍ତି । ବନ୍ଧୁ ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବା ଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ନିଜ କାମ ପାଇଁ ଗର୍ବିତ ହେବେ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୯ ।

କନ୍ୟା – ଦୂରବନ୍ଧୁ ଦ୍ୱାରା ଉପକୃତ ହେବେ । ଶତ୍ରୁର ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

ତୁଳା – ପରିବେଶ ଆପଣଙ୍କ ପାଇଁ ସୁଖଦାୟକ ହେବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଜୁଆ କିମ୍ବା ଲଟେରୀ ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ବିଛା – ଭ୍ରମଣ କରିପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । କୃଷି କର୍ମରେ ତତ୍ପର ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଧନୁ – ଷଡଯନ୍ତ୍ରରୁ ଉଧୁରି ଯିବେ । କାର୍ଯ୍ୟକ୍ଷେତ୍ର ଉତ୍ସାହଜନକ ହେବ । ଆସ୍ତିକ ଓ ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା- କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

ମକର – ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ,ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

କୁମ୍ଭ  – ପ୍ରିୟ ଲୋକମାନଙ୍କ ସହିତ ହସଖୁସିରେ ସମୟ ବିତାଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧ କିମ୍ବା ମୋକଦ୍ଦମାରେ ଜିଣି ଅର୍ଥ ପ୍ରାପ୍ତ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ମୀନ – ଗୃହ ଜଞ୍ଜାଳ ଲାଗି ରହିବ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

Loading...
>