Home News ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ ସଦସ୍ୟ, ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ରାଷ୍ଟ୍ରପତି ଅଭିଭାଷଣ ରଖି କହିଛନ୍ତି, ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେବାକୁ ମୋ ସରକାର ଲାଗି ରହିଛି। ଲୋକଙ୍କୁ ଶାସନର କେନ୍ଦ୍ରବିନ୍ଦୁ କରାଇ କାର୍ଯ୍ୟକ୍ରମ କରାଯାଉଛି। ଦାରିଦ୍ର୍ୟ ଦୂରୀକରଣ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଲୋକଙ୍କ ସୁବିଧା ପାଇଁ ମୋ ସରକାର ଆରମ୍ଭ କରାଯାଇଛି। ୫-ଟି ଜରିଆରେ ଶାସନକୁ ଅଧିକ କ୍ରିୟାଶୀଳ କରାଯାଇଛି। ସେହିଭଳି ଶ୍ରୀମନ୍ଦିର ଭିତ୍ତିଭୂମି ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ମଧ୍ୟ ବିଶେଷ କାର୍ଯ୍ୟକ୍ରମ କରାଯାଉଛି। ଚାଷୀଙ୍କ ଆୟ ବୃଦ୍ଧି ପାଇଁ ବହୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଚାଷୀଙ୍କ ପାଇଁ କାଳିଆ, ପିଲାଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ହୋଇଛି। କୃଷି ଶିଳ୍ପକୁ ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀ କୃଷି ଶିଳ୍ପ ଯୋଜନା ଲାଗୁ ହୋଇଛି। କୃଷି କ୍ଷେତ୍ରକୁ ଜଳ ଯୋଗାଣ ପାଇଁ ବହୁ ବ୍ୟାରେଜ ନିର୍ମାଣ ହୋଇଛି। କେନାଲ, ଉଠା ଜଳସେଚନ ଜରିଆରେ ଜଳ ଯୋଗାଣ ହେଉଛି। ପଶୁପାଳନ, ମତ୍ସ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯାଉଛି। ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ଜରିଆରେ ଶସ୍ୟ ଯୋଗାଣ ହେଉଛି। ପ୍ରତି ଗରିବ ପରିବାରକୁ ମୁଣ୍ଡପିଛା ୫ କେଜି ଶସ୍ୟ ଯୋଗାଣ ହେଉଛି। ସ୍ବାସ୍ଥ୍ୟସେବାରେ ଉନ୍ନତି ପାଇଁ ବହୁ ଯୋଜନା ହାତକୁ ନିଆଯାଇଛି। କଟକ ଏସ୍‌ସିବିକୁ ବିଶ୍ୱସ୍ତରୀୟ କରିବାକୁ ପଦକ୍ଷେପ ନିଆଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ଚିକିତ୍ସା ସେବା ମିଳୁଛି। ନିରାମୟ ଯୋଜନାରେ ରୋଗୀଙ୍କୁ ମାଗଣା ଔଷଧ ମିଳୁଛି। ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ମିଶନ ଶକ୍ତି କାମ କରୁଛି। ଓଡ଼ିଆ ଭାଷା, ସଂସ୍କୃତିର ବିକାଶ ପାଇଁ ବହୁ କାର୍ଯ୍ୟକ୍ରମ କରାଯାଉଛି। ପାଇକ ବିଦ୍ରୋହ ସ୍ମାରକୀ ପାଇଁ ୧୦ ଏକର ଜମି ଦିଆଯାଇଛି। ୨୧୪ଟି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି, ଆଉ ୩୬ଟି ଖୋଲିବ। ୫୭୬ଟି ସ୍କୁଲରେ ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା କରାଯାଇଛି। ୪୧ ଲକ୍ଷ ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ଯୋଗାଣ କରାଯାଉଛି। ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦିଆଯାଇଛି୧ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ମେଧାବୀଙ୍କୁ ବୃତ୍ତି ଦିଆଯାଉଛି। ନିର୍ମାଣ ଶ୍ରମିକଙ୍କ ପାଇଁ କ୍ଷତିପୂରଣ ୨ ଓ ୪ ଲକ୍ଷକୁ ବୃଦ୍ଧି ହୋଇଛି। ସ୍ବାଭାବିକ ମୃତ୍ୟୁରେ ୨ ଲକ୍ଷ, ଦୁର୍ଘଟଣାରେ ମୃତ୍ୟୁ ପାଇଁ ୪ ଲକ୍ଷ ମିଳିବ। ୫୭୯୮ କିମି ନୂଆ ରାସ୍ତା ଓ ୨୦୬ ଟି ସେତୁ କରାଯାଇଛି
ଫନୀରେ କ୍ଷତିଗ୍ରସ୍ତ ପୁରୀ ସହର ପାଇଁ ବହୁ କାର୍ଯ୍ୟ କରାଯାଉଥିବା ରାଜ୍ୟପାଳ କହିଛନ୍ତି। ଏହାଛଡ଼ା ଆସନ୍ତାବର୍ଷକୁ ସମ୍ପୂର୍ଣ୍ଣ ପେପରଲେସ୍‌ ବଜେଟ କରିବାକୁ ନିଷ୍ପତ୍ତି ନିଆଯାଇଥିବା ରାଷ୍ଟ୍ରପତି କହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦିନଟି ଶୁଭ ଫଳ ଦାୟକ ହେବ । ଗୃହ ଭୂମିରେ ଉନ୍ନତିି, ଉତ୍ତମ ବନ୍ଧୁ ସମ୍ପର୍କ, ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ କ୍ରୟ, ଅର୍ଥାଗମ, ଗୃହରେ ଅତିଥି ସମାଗମ ଓ ଦୂର...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ୮ଟା ୧୦ରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ...

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି ।...

ଜମାଟୋର ଏହି ଡେଲିଭରୀ ପିଲାର ଫ୍ୟାନ୍ ହେଲେ ଲୋକେ, ସୋସିଆଲ ମିଡିଆରେ ଭାଇରଲ ହେଲା ଭିଡିଓ

ସୋସିଆଲ ମିଡିଆରେ ଏବେ ଜମାଟୋ ଡେଲିଭରୀ ପିଲାଙ୍କ ଏକ ଭିଡିଓ ଖୁବ୍ ଭାଇରଲ ହେବାରେ ଲାଗିଛି । ଲୋକମାନେ ଏହି ଡେଲିଭରୀ ପିଲାର ଫ୍ୟାନ ପାଲଟି ଗଲେଣି । କିନ୍ତୁ କାହିଁକି ?...

Recent Comments

>