ଆସନ୍ତା ୨୪ଘଣ୍ଟା ୫ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର:ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ ଭଦ୍ରକରେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ଦସହ ୨ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।ଗତ ୨୪ଘଣ୍ଟାରେ ଝାରସୁଗୁଡ଼ା ଲଖନପୁରରେ ସର୍ବାଧିକ ୧୯୭ମିମି ବର୍ଷା ରେକର୍ଡ଼ ହୋଇଛି । ପାରାଦୀପରେ ୧୦୦ମିମି, ବରଗଡ଼ ବରପାଲିରେ ୯୯ମିମି ବର୍ଷା ରେକର୍ଡ଼ ହୋଇଥିବା ବେଳେ ଭୁବନେଶ୍ୱରରେ ୧୯ମିମି ବର୍ଷା ରେକର୍ଡ଼ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ପ୍ରତିଶତ କମ ବର୍ଷା ହୋଇଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।ଅନ୍ୟପକ୍ଷରେ ଲଗାଣ ବର୍ଷା କାରଣରୁ ବାଲେଶ୍ୱର ଜିଲ୍ଲା ଜଳକା ନଦୀ ଜଳସ୍ତର ବୃଦ୍ଧି ପାଇ ବିପଦ ସଂକେତ ଉପରେ ରହିଛି । ବସ୍ତା ମଥାନୀ ଠାରେ ବିପଦ ସଂକେତ ୫.୫ ଥିବା ବେଳେ ୬.୪୧ ମି. ବର୍ଷା ପବାହିତ ହେଉଛି ।
Loading...
>