Home News ବିଜେଡି ନେତା ଅନୁପ କୁମାର ସାଏଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ

ବିଜେଡି ନେତା ଅନୁପ କୁମାର ସାଏଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ

ରାୟଗଡ଼:ଛତିଶଗଡ଼ ପୋଲିସ ଦ୍ୱାରା ବିଜେଡି ନେତା ଅନୁପ କୁମାର ସାଏ ଅଟକ। ଛତିଶଗଡ଼ ପୋଲିସ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଥିବା ଜଣାପଡ଼ିଛି ।ଛତିଶଗଡ଼ରେ ଏକ ହତ୍ୟା ମାମଲାରେ ବିଜେଡି ନେତା ଅନୁପ କୁମାର ସାଏଙ୍କର ସମ୍ପୃକ୍ତି ରହିଥିବା ଅଭିଯୋଗ ରହିଛି । ଗତକାଲି ରାତିରେ ଛତିଶଗଡ଼ ପୋଲିସ ଅନୁପଙ୍କୁ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ଝାରସୁଗୁଡ଼ାରୁ ଉଠାଇ ନେଇଛି । ବର୍ତ୍ତମାନ ଛତିଶଗଡ଼ ପୋଲିସ ଅନୁପଙ୍କୁ ରାୟଗଡ ଜିଲ୍ଲାର ଚକ୍ରଧରନଗର ଥାନାରେ ରଖି ପଚରାଉଚରା କରୁଛି । ଅନୁପ କୁମାର ସାଏ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ତିନି ଥର  କଂଗ୍ରେସ ଟିକେଟରୁ ବିଧାୟକ ରହିଥିଲେ। ପରେ କଂଗ୍ରେସ ଦଳ ଛାଡି ୨୦୧୪ ରେ ବିଜେଡି ଯୋଗଦେଇ ଥିଲେ । ବର୍ତ୍ତମାନ ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ସମ୍ଭାଳୁଛନ୍ତି ଅନୁପ କୁମାର ସାଏ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି ।...

ଜମାଟୋର ଏହି ଡେଲିଭରୀ ପିଲାର ଫ୍ୟାନ୍ ହେଲେ ଲୋକେ, ସୋସିଆଲ ମିଡିଆରେ ଭାଇରଲ ହେଲା ଭିଡିଓ

ସୋସିଆଲ ମିଡିଆରେ ଏବେ ଜମାଟୋ ଡେଲିଭରୀ ପିଲାଙ୍କ ଏକ ଭିଡିଓ ଖୁବ୍ ଭାଇରଲ ହେବାରେ ଲାଗିଛି । ଲୋକମାନେ ଏହି ଡେଲିଭରୀ ପିଲାର ଫ୍ୟାନ ପାଲଟି ଗଲେଣି । କିନ୍ତୁ କାହିଁକି ?...

ନିର୍ଭୟା ମାମଲା : ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ଯାଚିକା ଦାଖଲ କଲେ ପବନ, ମାଗିଲେ ଏହି ସଜା

ନୂଆଦିଲ୍ଲୀ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଚତୁର୍ଥ ଦୋଷୀ ପବନ କୁମାର ଗୁପ୍ତା ଶୁକ୍ରବାର ସୁପ୍ରିମକୋର୍ଟରେ ସୁଧାରାତ୍ମକ ଯାଚିକା ଦାୟର କରି ଫାଶୀ ବଦଳରେ ଆଜୀବନ ଜେଲ୍ ସଜା ଦେବାକୁ...

ନବୀନ ନିବାସରେ ଏକାଠି ଖାଇଲେ ଶାହ, ନୀତିଶ, ମମତା, ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର : ପୂର୍ବାଞ୍ଚଳ ଆଞ୍ଚଳିକ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାସଭବନରେ ମଧ୍ୟାହ୍ନ ଭୋଜନର ଆୟୋଜନ କରିଥିଲେ । ଏଥିରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

Recent Comments

>