Home News ୧୫ରେ ପ୍ରଧାନମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ଏମିତି ରହିଛି କାର୍ଯ୍ୟସୂଚୀ

୧୫ରେ ପ୍ରଧାନମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ଏମିତି ରହିଛି କାର୍ଯ୍ୟସୂଚୀ

ଭୁବନେଶ୍ୱର : ଆସନ୍ତା ଜାନୁଆରୀ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବେ । ଏହି ଅବସରରେ ବଲାଙ୍ଗୀର ଠାର ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସହ ଏକ ସାଧାରଣ ସଭାରେ ମଧ୍ୟ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ନେଇ ବୁଧବାର ସମ୍ଭାବ୍ୟ କାର୍ଯ୍ୟସୂଚୀ ଜାରି କରାଯାଇଛି ।
ଏହି କାର୍ଯ୍ୟସୂଚୀ ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ୧୫ ତାରିଖ ସକାଳ ସାଢେ୯ଟାରେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଂଚିବେ । ସେଠାରୁ ହେଲିକପ୍ଟର ଯୋଗେ ସେ ବଲାଙ୍ଗିର ଯିବେ । ସକାଳ୧୦ଟା ୪୦ରେ ବଲାଙ୍ଗିର ରେଲୱେ ଷ୍ଟେସନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ । ସେଠାରୁ ପ୍ରଧାନମନ୍ତ୍ରୀ ହେଲିକପ୍ଟରରେ ପଥରଚେପା ଯାଇ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ । ୧୧ଟା ୪୫ ମିନିଟରୁ ଏହି ସଭା ଅ ।ରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ସାଢ଼େ ୧୨ଟାରେ ସଭା ସରିବା ପରେ ପ୍ରଧାନମନ୍ତ୍ରୀ ସେଠାରୁ ଝାରସୁଗୁଡ଼ା ଯିବେ । ସେଠାରୁ ସେ ଅପରାହ୍ଣ ଗୋଟାଏ ୪୫ ମିନିଟରେ କେରଳର ତିରୁଅନନ୍ତପୁରମ୍ ଯିବାର କାର୍ଯ୍ୟକ୍ରମ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ପୁଣି ଭାରତୀୟ ବ୍ୟାଟ୍ସମ୍ୟାନ ଫେଲ : ଦ୍ୱିତୀୟ ଟେଷ୍ଟରେ ୨୪୨ରେ ଅଟକିଲା

ଖ୍ରୀଷ୍ଟଚର୍ଚ୍ଚ ୨୯।୦୨: ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ୨ଟେଷ୍ଟରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ନ୍ୟୁଜିଲାଣ୍ଡ...

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦିନଟି ଶୁଭ ଫଳ ଦାୟକ ହେବ । ଗୃହ ଭୂମିରେ ଉନ୍ନତିି, ଉତ୍ତମ ବନ୍ଧୁ ସମ୍ପର୍କ, ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ କ୍ରୟ, ଅର୍ଥାଗମ, ଗୃହରେ ଅତିଥି ସମାଗମ ଓ ଦୂର...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ୮ଟା ୧୦ରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ...

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି ।...

Recent Comments

>