Home News ୩ ନମ୍ବର ଜେଲକୁ ନିର୍ଭୟା ଦୋଷୀ ସ୍ଥାନାନ୍ତର

୩ ନମ୍ବର ଜେଲକୁ ନିର୍ଭୟା ଦୋଷୀ ସ୍ଥାନାନ୍ତର

ନୂଆଦିଲ୍ଲୀ:ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଅପରାଧୀଙ୍କୁ ଗୁରୁବାର ତିହାର ଜେଲ୍‌ କମ୍ପ୍ଲେକ୍ସର ୩ ନମ୍ବର ଜେଲ୍‌କୁ ନିଆଯାଇଛି, ଯେଉଁଠି ସେମାନଙ୍କୁ ଫାଶୀ ଦିଆଯିବ। ଅପରାଧୀ ବିନୟ ଶର୍ମା, ଅକ୍ଷୟ କୁମାର ସିଂ, ମୁକେଶ ସିଂ ଓ ପଓ୍ବନ ଗୁପ୍ତାଙ୍କୁ ୨୨ରେ ଫାଶୀ ଦିଆଯିବାକୁ ଥିଲା। ତେବେ ମୁକେଶ ରାଜକ୍ଷମା ଆବେଦନ କରିବାରୁ ଫାଶୀ ବିଳମ୍ବ ହେବ ବୋଲି ଦିଲ୍ଲୀ ସରକାର ବୁଧବାର ହାଇକୋର୍ଟଙ୍କୁ ଜଣାଇଥିଲେ। ଏପର୍ଯ୍ୟନ୍ତ ବିନୟ ଶର୍ମା ୪ ନମ୍ବର ଜେଲ୍‌ରେ ରହିଥିବାବେଳେ ଅନ୍ୟ ୩ ଜଣଙ୍କୁ ୨ ନମ୍ବର ଜେଲ୍‌ରେ ରଖାଯାଇଥିଲା।
୪ ଅପରାଧୀଙ୍କୁ ଫାଶୀଦେବା ସମ୍ପର୍କିତ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ ଦିଲ୍ଲୀର ଏକ ଅଦାଲତ ଗୁରୁବାର ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀ କ୍ଷମା ଆବେଦନ କରିଥିବାରୁ ଫାଶୀଦେବା ପାଇଁ ସାନି ତାରିଖ ଜାରି କରିବା ପାଇଁ ଜେଲ୍‌ କର୍ତ୍ତୃପକ୍ଷ ଦିଲ୍ଲୀ ସରକାରଙ୍କ ପାଖକୁ ପତ୍ର ଲେଖିବା ପରେ ଅତିରିକ୍ତ ଦୌରା ଜଜ୍‌ ସତୀଶ କୁମାର ଆରୋରା ଉପରୋକ୍ତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଷ୍ଟ୍ରପତିଙ୍କ ନିକଟରେ ରାଜକ୍ଷମା ଆବେଦନ କରିଥିବାରୁ ଫାଶୀ ତାରିଖ ସ୍ଥଗିତ ରଖିବାକୁ ଅନ୍ୟତମ ଅପରାଧୀ ମୁକେଶ କୁମାର ସିଂଙ୍କ ଓକିଲ ଅଦାଲତରେ ଆବେଦନ କରିଥିଲେ।
ଅନ୍ୟପକ୍ଷରେ ମୁକେଶଙ୍କ କ୍ଷମା ଆବେଦନ ଖାରଜ କରିବା ପାଇଁ ଦିଲ୍ଲୀ ଉପରାଜ୍ୟପାଳ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସୁପାରିସ କରିଛନ୍ତି। ପିଟିଶନ୍‌ର ତର୍ଜମା କରାଯାଉଛି ଓ ଖୁବ୍‌ଶୀଘ୍ର ଉପଯୁକ୍ତ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରଣାଳୟର ଜଣେ ଅଧିକାରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଝିଅ ବାହାଘର ପାଇଁ ରଖିଥିଲେ, ସବୁ ଜଳିଗଲା

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ବାଉଁଶକଣ ମାଟିଆ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଗତକାଲି ରାତି ୧୦ଟା ୩୦ମିନିଟରେ ଅଗ୍ନିକାଣ୍ଡ ଘଟିଥିଲା । ଅଳ୍ପକେ ବର୍ତ୍ତି ଯାଇଛନ୍ତି...

ପୁଣି ଭାରତୀୟ ବ୍ୟାଟ୍ସମ୍ୟାନ ଫେଲ : ଦ୍ୱିତୀୟ ଟେଷ୍ଟରେ ୨୪୨ରେ ଅଟକିଲା

ଖ୍ରୀଷ୍ଟଚର୍ଚ୍ଚ ୨୯।୦୨: ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ୨ଟେଷ୍ଟରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ନ୍ୟୁଜିଲାଣ୍ଡ...

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦିନଟି ଶୁଭ ଫଳ ଦାୟକ ହେବ । ଗୃହ ଭୂମିରେ ଉନ୍ନତିି, ଉତ୍ତମ ବନ୍ଧୁ ସମ୍ପର୍କ, ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ କ୍ରୟ, ଅର୍ଥାଗମ, ଗୃହରେ ଅତିଥି ସମାଗମ ଓ ଦୂର...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ୮ଟା ୧୦ରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ...

Recent Comments

>