ସାଂସଦ ଲଡୁକିଶୋରଙ୍କ ପରଲୋକ

ଭୁବନେଶ୍ୱର: ଆସିକା ସାଂସଦ ତଥା ବିଜେଡିର ବରିଷ୍ଠ ନେତା ଲଡୁ କିଶୋର ସ୍ୱାଇଁଙ୍କର ପରଲୋକ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ। ଗତକାଲି ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପରିବାର ଲୋକେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ଆଜି ଲଡୁକିଶୋରଙ୍କ ମର ଶରୀରକୁ ଗଞ୍ଜାମ କବିସୂର୍ଯ୍ୟନଗରର ପଥରା ଗାଁକୁ ନିଆଯାଇ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ।୧୯୪୭ ଜୁଲାଇ ୮ ତାରିଖରେ ଜନ୍ମଗ୍ରହଣ କରିଥିବା ଲଡୁକିଶୋର ୨୦୧୪ରେ ଆସିକା ନିର୍ବାଚନମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏହା ପୂର୍ବରୁ ୨୦୦୪ରେ ସେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

Loading...
>