୪ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ଓଡିଶା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଉପରେ ପଡିଥିବା ରାଜ୍ୟର ବିଭିନ୍ନ ବିଲ୍ ଓ ପ୍ରକଳ୍ପ ସଂପର୍କରେ ସମୀକ୍ଷା କରିବେ । ଏଥିସହିତ ରାଜ୍ୟର ସ୍ୱାର୍ଥ ସମ୍ବଳିତ କେତେକ ପ୍ରସଂଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀମାନଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି । ଦିଲ୍ଲୀ ଯିବା ପୂର୍ବରୁ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଷୀଙ୍କୁ ଲୋକସେବା ଭବନରେ ଭେଟିଥିଲେ ।

Loading...
>