fbpx
Home News ପୂର୍ବାଞ୍ଚଳ ପରିଷଦ ବୈଠକ : ଶାହାଙ୍କ ଆଗରେ ଏହି ସବୁ ଦାବି ରଖିଲେ ନବୀନ

ପୂର୍ବାଞ୍ଚଳ ପରିଷଦ ବୈଠକ : ଶାହାଙ୍କ ଆଗରେ ଏହି ସବୁ ଦାବି ରଖିଲେ ନବୀନ

ଭୁବନେଶ୍ୱର: ଲଗାତର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି ଓଡ଼ିଶା। ତେଣୁ ଏହାକୁ ସ୍ପେଶାଲ ଫୋକସ୍ ଷ୍ଟେଟ୍ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୂର୍ବାଞ୍ଚଳ ପରିଷଦ ବୈଠକରେ ଏପରି ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିଲାଗି ଭିତ୍ତିଭୂମି ଉନ୍ନୟନ କ୍ଷେତ୍ରରେ ସ୍ୱତନ୍ତ୍ର ଅର୍ଥନୈତିକ ପ୍ୟାକେଜ୍ ପାଇଁ ମଧ୍ୟ ଦାବି କରିଛନ୍ତି।ଏହାବାଦ ବ୍ୟାଙ୍କ, ଟେଲି ଯୋଗାଯୋଗ, ରେଲେଓ୍ୱ ଏବଂ ସଡ଼କର ବିକାଶ ପ୍ରସଙ୍ଗ ମଧ୍ୟ ଦାବି ସମ୍ପର୍କରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ। ଟେଲି, ବ୍ୟାଙ୍କ, ରେଳ ଓ ରୋଡ୍ ଘନତ୍ୱରେ ପୂର୍ବାଞ୍ଚଳ ନିମ୍ନରେ ରହିଛି। ଜାତୀୟ ହାର ସ୍ତରକୁ ଆଣିବାକୁ ହେଲେ ଅଧିକ କେନ୍ଦ୍ରୀୟ ଅନୁଦାନ ଆବଶ୍ୟକ ।

ଏହି ସମସ୍ତ କ୍ଷେତ୍ରରେ କେନ୍ଦ୍ର ଦେଉଥିବା ଅନୁଦାନକୁ ଦୁଇଗୁଣା କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।୨୦୧୨ ପରଠାରୁ କୋଇଲା ରୟାଲଟି ବ୍ୟବସ୍ଥାରେ ସଂଶୋଧନ ହୋଇନାହିଁ। ଏହା ସଂଶୋଧନ ହେବା ଆବଶ୍ୟକ ବୋଲି ଦର୍ଶାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ କୋଇଲା ଉତ୍ତୋଳନ କ୍ଷେତ୍ରରେ ମଧ୍ୟ ଅଧିକ ରୟାଲଟି ଦାବି କରିଛନ୍ତି। ଏହି ସମସ୍ତ ଦାବି ସହ ସହରାଞ୍ଚଳକୁ କେନ୍ଦ୍ରୀୟ ଅନୁଦାନ ପ୍ରଦାନରେ ବିଳମ୍ବ, ଧାନ କିଣାରେ ସବ୍‌ସିଡି ନଦେବା, ରେଲେଓ୍ୱ ପ୍ରକଳ୍ପର ବିକାଶ ନେଇ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ।ଏହି ବୈଠକରେ ପଶ୍ଚିମବଙ୍ଗ ଓ ବିହାର ମୁଖ୍ୟମନ୍ତ୍ରୀଙ୍କ ସମେତ ଝାଡ଼ଖଣ୍ଡ ଅର୍ଥମନ୍ତ୍ରୀ ଯୋଗ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>