fbpx
Home News ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ ଲକ୍ ଡାଉନ କଟକଣା ନାହିଁ

ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ ଲକ୍ ଡାଉନ କଟକଣା ନାହିଁ

ଭୁବନେଶ୍ବର: କରୋନା ଜନିତ ଲକ ଡାଉନ ବେଳେ ଡାକ୍ତର, ନର୍ସ ଏବଂ ସ୍ବାସ୍ଥ୍ୟସେବା ସହ ଜଡିତ ବ୍ୟକ୍ତି ବିଶେଷ ଏବଂ କର୍ମଚାରୀଙ୍କ ଚଳପ୍ରଚଳ ଅବାଧ ବା ସମ୍ପୂର୍ଣ୍ଣ କଟକଣା ମୁକ୍ତ ରହିବ। ସେମାନଙ୍କୁ ସୁରକ୍ଷା ଆଳରେ ପୋଲିସ୍ କର୍ମଚାରୀମାନେ ଅଟକାଇବେ ନାହିଁ କିମ୍ବା ଯାଞ୍ଚ କରିବେ ନାହିଁ। ଏହି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶ ଅଭୟ। ଏହି କ୍ରମରେ ଡିଜିପି ଅଭୟଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତିରେ ରାଜ୍ୟର ସମସ୍ତ ଜିଲ୍ଲାର ଏସ୍‌ପିଙ୍କ ସହ ଡିଏସପି .ଏବହ ଡିଆଇଜି ତଥା ବରିଷ୍ଠ ପଦାଧିକାରୀମାନଙ୍କୁ ଏନେଇ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ଏହି ଅନୁଯାୟୀ ଲକ ଡାଉନ ସତ୍ତ୍ବେ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସ ଏବଂ କର୍ମଚାରୀମାନଙ୍କୁ  ପୋଲିସ୍ ଅଟକାଇବେ ନାହିଁ। ସେହିପରି ସମାଜର ହିତରେ କାର୍ଯ୍ୟରତ ଏହି ବ୍ୟକ୍ତିଙ୍କୁ ପୋଲିସ୍‌ ଅଟକାଇବେ ନାହିଁ ବୋଲି ପୋଲିସ୍‌ ମହାନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>