fbpx
Home News ଲକ୍‌ ଡାଉନ୍‌ର ଉଲ୍ଲଂଘନ କଲେ ଗୁଳି କରିବାକୁ ଦିଆଯିବ ନିର୍ଦ୍ଦେଶ

ଲକ୍‌ ଡାଉନ୍‌ର ଉଲ୍ଲଂଘନ କଲେ ଗୁଳି କରିବାକୁ ଦିଆଯିବ ନିର୍ଦ୍ଦେଶ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୬୮ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୧ ଛୁଇଁଛି। ବୁଧବାର ତାମିଲନାଡୁର ମଦୁରାଇରେ ଜଣେ କରୋନା ସଂକ୍ରମିତଙ୍କର ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ୨୧ ଦିନ ପାଇଁ ଲକ୍‌ ଡାଉନ୍‌ ଜାରି ହୋଇଛି। ଏହାର ଉଲ୍ଲଂଘନ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ଆଗାମୀ ଦିନରେ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦିଆଯିବ ବୋଲି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ କହିଛନ୍ତି। ଏହା ସହିତ ସରକାରଙ୍କ ପକ୍ଷରୁ ଲୋକଙ୍କ ମଧ୍ୟରେ ହାତ ଧୋଇବା, ମାସ୍କ୍‌ ବ୍ୟବହାର କରିବା, ସାମାଜିକ ଦୂରତା ଅବଲମ୍ବନ କରିବା ଆଦି ସଚେତନତା ବାର୍ତ୍ତା ପ୍ରସାରଣ କରାଯାଉଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>