fbpx
Home News କରୋନା ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ୩ ‘ସ’ ମନ୍ତ୍ର

କରୋନା ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ୩ ‘ସ’ ମନ୍ତ୍ର

ଭୁବନେଶ୍ବର: ଭୟଙ୍କର କରୋନା ଭାଇରସ୍‌ର ମୁକାବିଲା ତଥା ତାହାକୁ ରୋକିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି ୩ ‘ସ’ ମନ୍ତ୍ର। ଏହି ମନ୍ତ୍ର ହେଲା ସମ୍ବନ୍ଧନ, ସଙ୍ଗରୋଧ ଓ ସମ୍ମାନ। ଏହା ହିଁ କରୋନାକୁ ରୋକିବ ବୋଲି ମୁଖ୍ୟମନ୍ତ୍ରୀ ଦେଲେ ଆହ୍ବାନ। କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଓ କାର୍ଯ୍ୟ ସଂପର୍କରେ ସୂଚନା ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୁଖପାତ୍ର ସୁବ୍ରତ ବାଗଚୀ।ସାମାଜିକା ଦୂରତା ଉପରେ ପୁଣିଥରେ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ସଙ୍ଗରୋଧ ହୋଇ ଘରେ ରହିବାକୁ ରହିବାକୁ ଆହ୍ବାନ କରିଥିବା କହିଛନ୍ତି ମୁଖପାତ୍ର। ତେବେ ଗୁରୁତ୍ବପୂର୍ଣ୍ଣ ଘଟଣାକ୍ରମରେ ରାଜ୍ୟରେ କରୋନା ପଜିଟିଭ ବା କୋଭିଡ-୧୯ ପଜିଟିଭ୍ ଆକ୍ରାନ୍ତ ସଂଖ୍ୟା ବଢ଼ି ନଥିବା କହିଛନ୍ତି ସୁବ୍ରତ ବାଗଚୀ।ରାଜ୍ୟରେ ୧୨୯ ଟେଷ୍ଟ ରିପୋର୍ଟରୁ ୨ ପଜିଟିଭ୍‌ ଆସିଛି। ତେବେ ୨ ଜଣ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିଭଳି ୧୦୪ ନମ୍ବରରେ ୪,୦୧୫ ଜଣ ପଞ୍ଜିକରଣ କରିଥିବା ସୁବ୍ରତ ବାଗଚୀ ପ୍ରକାଶ କରିଛନ୍ତି। ତେବେ ବିଶ୍ବ ତଥା ସାରା ଦେଶରେ କରୋନ ସଂକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇଥିବା ସୂଚନା ଦେଇ ବାଗଚୀ କହିଛନ୍ତି, ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୫୬୨ ଛୁଇଁଥିବା ବେଳେ ମୃତ୍ୟୁ ସଂଖ୍ୟା ୧୧​‌ ​‌ରେ ପହଞ୍ଚିଛି। ସେହିପରି ସାରା ବିଶ୍ବରେ  ବୁଧବାର ଅପରାହ୍ନ ୩ଟା ସୁଦ୍ଧା କରୋନା ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୨୨ ହଜାର ୮୨୯ ଛୁଇଁଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>