fbpx
Home News ୧୪ ଏପ୍ରିଲ ରାତି ୧୨ଟା ପର୍ଯ୍ୟନ୍ତ ଗଡ଼ିବନି ଯାତ୍ରୀବାହୀ ଟ୍ରେନ୍

୧୪ ଏପ୍ରିଲ ରାତି ୧୨ଟା ପର୍ଯ୍ୟନ୍ତ ଗଡ଼ିବନି ଯାତ୍ରୀବାହୀ ଟ୍ରେନ୍

ନୂଆଦିଲ୍ଲୀ: କୋଭିଡ-୧୯ ମହାମାରୀ ବ୍ୟାପିବାକୁ ଆଖି ଆଗରେ ରଖି ଭାରତୀୟ ରେଳ ପକ୍ଷରୁ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ୨୦୨୦ ୧୪ ଏପ୍ରିଲ ରାତି ୧୨ଟା ପର୍ଯ୍ୟନ୍ତ ବାତିଲ କରାଯାଇଛି । ଏ ସମୟ ମଧ୍ୟରେ ସମସ୍ତ ମେଲ, ଏକ୍ସପ୍ରେସ ଟ୍ରେନ, ପ୍ରିମିୟମ ଟ୍ରେନ, ପାସେଞ୍ଜର ଟ୍ରେନ ସମେତ କୋଲକାତା ମେଟ୍ରୋ ରେଳପଥର ଟ୍ରେନ ଓ ଉପନଗର ଅଂଚଳରେ ଚଳାଚଳ କରୁଥିବା ଟ୍ରେନ ସେବା ମଧ୍ୟ ବନ୍ଦ ରହିବ । ତେବେ ଜରୁରୀ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରିବା ଲାଗି ମାଲବାହୀ ଟ୍ରେନ ଚଳାଚଳ ପୂର୍ବପରି ଜାରି ରହିବ ।

କରୋନା ସଂକ୍ରମଣ ରୋକିବାକୁ  ଭାରତୀୟ ରେଲୱେ ବୋର୍ଡ ଏହି  ନିଷ୍ପତ୍ତି ନେଇଛି । ପୂର୍ବରୁ  ମାର୍ଚ୍ଚ ୩୧ ତାରିଖ ଯାଏଁ ଟ୍ରେନ୍ ଚଳାଚଳ ବନ୍ଦ ରଖିବାକୁ ରବିବାର ବୋର୍ଡର ଏକ ଜରୁରି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ସପ୍ତାହ ଲାଗି ପୂରା ଦେଶରେ ଲକଡାଉନ୍ ଘୋଷଣା ପରେ ଭାରତୀୟ ରେଳ ପକ୍ଷରୁ ଏହି ପରିବର୍ତ୍ତନ କରାଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>