fbpx
Home News ହେଲ୍ପଲାଇନ୍‌ ନମ୍ବର ଜାରି କଲା ପୋଲିସ

ହେଲ୍ପଲାଇନ୍‌ ନମ୍ବର ଜାରି କଲା ପୋଲିସ

କଟକ: ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡ଼ିଗୁଡ଼ିକ ଅନେକ ସମୟରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ, କୋଭିଡ୍‌-୧୯ ଜନିତ ଲକ୍‌ଡାଉନ୍‌ ସମୟରେ ଜାତୀୟ ରାଜପଥ, ରାଜ୍ୟ ରାଜପଥ ଏବଂ ଅନ୍ୟ ରାସ୍ତାରେ ସମସ୍ତ ମାଲବାହୀ ଗାଡ଼ିଗୁଡ଼ିକ ବିନା ବାଧାରେ ଚଳପ୍ରଚଳ ପାଇଁ ହେଲ୍‌ପ ଲାଇନ ୦୬୭୪-୨୬୨୦୨୦୦ ଟେଲିଫୋନ ନମ୍ବର ଆରମ୍ଭ କରାଯାଇଛି। ଏହି ହେଲ୍‌ପ ଲାଇନ ପ୍ରତ୍ୟେକ ଦିନ ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଗାଡ଼ି ଚାଳକ କିମ୍ବା ମାଲ୍‌ ପରିବହନ ସଂସ୍ଥାର ପରିଚାଳକମାନେ ଆବଶ୍ୟକ ସ୍ଥଳେ ଏହି ହେଲ୍‌ପ ଲାଇନର ସାହାଯ୍ୟ ଓ ପରାମର୍ଶ ନେଇପାରିବେ। ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ମିଶ୍ର ଏହି ହେଲ୍‌ପ ଲାଇନର ସମ୍ପୂର୍ଣ୍ଣ ଦାୟିତ୍ୱରେ ଅଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>