fbpx
Home News ରାଜପଥରେ ଖୋଲିବ ଢାବା ଓ ଗ୍ୟାରେଜ୍, କିନ୍ତୁ......

ରାଜପଥରେ ଖୋଲିବ ଢାବା ଓ ଗ୍ୟାରେଜ୍, କିନ୍ତୁ……

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ରାଜ୍ୟ ଏବେ ଲକ୍‌ଡାଉନ୍‌ । ଏଭଳି ସମୟରେ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ଗୁରୁତ୍ୱପୂର୍ଣ୍ଣ । ଏଥିରେ ଯେଭଳି ସାମାନ୍ୟତମ ସମସ୍ୟା ନ ହେବ ସେଥପାଇଁ ଏନ୍‌ଏଚ୍‌ ବା ଜାତୀୟ ରାଜପଥ ଓ ରାଜ୍ୟ ରାଜପଥ ପାଶ୍ୱରେ ଥିବା ଢାବାଗୁଡିକ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ପ୍ରତି ୨୦ କିଲୋମିଟର ଭିତରେ ଗୋଟିଏ ଢାବା ସହ ଗାଡ଼ି ମରାମତି ଓ ଯନ୍ତ୍ରାଂଶ ଦୋକାନ ଖୋଲା ରଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଅତ୍ୟାବଶ୍ୟକ ସାମଗ୍ରୀର ଆନ୍ତଃରାଜ୍ୟ ଓ ରାଜ୍ୟ ଭିତରେ ସୁବିଧାରେ ପରିବହନକୁ ସରକାର ଗୁରୁତ୍ୱ ଦେଉଛନ୍ତି ।

ଏହି ସାମଗ୍ରୀ ବୋହୁଥିବା ଡ୍ରାଇଭରଙ୍କ ସୁବିଧାକୁ ମଧ୍ୟ ସରକାର ଗୁରୁତ୍ୱ ଦେଇ ଢାବା ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଏ ନେଇ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି । ପ୍ରତି ୨୦ କିଲୋମିଟର ଭିତରେ କେଉଁ ଢାବା ଖୋଲିବ ତାହା ଆରଟିଓ ଓ ସିଏସଓଙ୍କ ମାଧ୍ୟମରେ ଚୟନ କରିବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି । ଯେଭଳି କୌଣସି ମାଲ୍‌ ପରିବହନ ଗାଡିକୁ ଅଟକିବନି ତାକୁ ନିଶ୍ଚିତ କରିବାକୁ ଏସ୍‌ପିଙ୍କୁ କୁହାଯାଇଛି । ତେବେ ଏନ୍‌ଏଚ୍‌ ପାର୍ଶ୍ୱରେ ଯେଉଁ ଢାବା ଖୋଲିବ ସେଥିରେ ଯେଭଳି ଭିଡ଼ ନ ହେବ ତା ଉପରେ ନଜର ରଖିବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>