fbpx
Home News ନବୀନ ନିବାସରେ ଏକାଠି ଖାଇଲେ ଶାହ, ନୀତିଶ, ମମତା, ନବୀନ, ଧର୍ମେନ୍ଦ୍ର

ନବୀନ ନିବାସରେ ଏକାଠି ଖାଇଲେ ଶାହ, ନୀତିଶ, ମମତା, ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର : ପୂର୍ବାଞ୍ଚଳ ଆଞ୍ଚଳିକ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାସଭବନରେ ମଧ୍ୟାହ୍ନ ଭୋଜନର ଆୟୋଜନ କରିଥିଲେ । ଏଥିରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଯୋଗ ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମଧ୍ୟାହ୍ନ ଭୋଜନର ଅତିଥି ଭାବେ ଉପସ୍ଥିତ ଥିଲେ । ଗୋଟିଏ ଡାଇନିଂ ଟେବୁଲ ଉପରେ ଏହି ସମସ୍ତ ଅତିଥି ରାଜ୍ୟ ରାଜନୀତିର ବିକାଶ ଆଲୋଚନା ସହିତ ଏକ ସହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ଓଡିଆ ବ୍ୟାଞ୍ଜନର ମଜା ଉଠାଇଥିଲେ । ନବୀନ ନିଜେ କାହାକୁ କ\’ଣ ପରଷା ଯିବ ହାତ ହଲେଇ ପରଷୁଣିଙ୍କୁ କହୁଥିଲେ । ମଧ୍ୟାହ୍ନ ଭୋଜନରେ ସଂପୂର୍ଣ୍ଣ ଓଡିଆ ଖାଦ୍ୟ ରହିଥିଲା । ସୋରୁ ଅରୁଆ ଚାଉଳର ଭାତ, ହରଡ ଡାଲି, ତାୱା ରୁଟି, ବାଇଗଣ ଭଜା, ଆଳୁ ମୋଟର ମସଲା, ମାଛ ବେସର, ଦହି ରାଇତା, ଟମାଟୋ ଚଟଣି, ଗୁଚି ପନିର, ବୁନ୍ଦିଦହି, ପାମ୍ପଡ, ଛେନାପୋଡ, ରସାମଲାଇ ଆଦି ଖାଦ୍ୟ ପରଷା ଯାଇଥିଲା । ସେହିଭଳି ଆମିଷରେ ମଧ୍ୟ ଦେଶୀ ଚିକେନ, ମଟନ ଓ ବାଗ୍‌ଦା ଚିଙ୍ଗୁଡି ଏବଂ ରସଗୋଲା, ଚାଉଳ ଖିରି ରହିଥିଲା । ଅତିଥିମାନେ ଏସବୁ ଖାଦ୍ୟର ମଜା ଉଠାଇ ବେଶ୍ ପ୍ରଶଂସା କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>