fbpx
Home News ସାରା ରାଜ୍ୟରେ ଆଜିଠୁ ବଢିବ ତାତି

ସାରା ରାଜ୍ୟରେ ଆଜିଠୁ ବଢିବ ତାତି

ଭୁବନେଶ୍ବର: ସାରା ରାଜ୍ୟରେ ତାତି ବଢିବ । ଏପ୍ରିଲ ପହିଲା ବେଳକୁ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଟପିବ ବୋଲି ପୂର୍ବାନୁମାନ କରାଯାଉଛି । ତେବେ ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।

ଚଳିତ ମାସ ୩୦ ଓ ୩୧ ତାରିଖ ରାଜ୍ୟର କେତେକ ସ୍ଥାନରେ ଉପରବେଳା କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପବନ ସହ ଘଡଘଢି ବର୍ଷା ହେବାର ଆଶଙ୍କା ରହିଛି । ବର୍ଷା ହେଲେ ମଧ୍ୟ ଗରମରୁ ନିସ୍ତାର ନାହିଁ । ତା’ ପରଦିନଠାରୁ ପୁଣି ଗରମ ବଢିବ ବୋଲି କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।

ଉପକୂଳ ସମେତ ଦକ୍ଷିଣ ଓଡିଶାର ସର୍ବାଧିକ ତାପମାତ୍ରା ୨୮ ତାରିଖ ବେଳକୁ ୩୮ରୁ ୩୯ ଡିଗ୍ରୀ ସେଲସିୟସରେ ପହଞ୍ଚିବ । ୩୧ ବେଳକୁ ୪୦ ଡିଗ୍ରୀ ସେଲସିୟସ୍‌ ଛୁଇଁବ । ଏପ୍ରିଲ ୨ରେ ୪୧ ଡିଗ୍ରୀ ସେଲସିୟସ୍‌ ରହିବ । ୩ ରେ ସାମାନ୍ୟ କମିବ । ରାତିର ସର୍ବନିମ୍ନ ତାପମାତ୍ରା ୨୮ରୁ ୩୦ ଡିଗ୍ରୀ ସେଲସିୟସ୍‌ ଭିତରେ ରହିବ । ପରେ ୨ ଡିଗ୍ରୀ ସେଲସିୟସ୍‌ ବଢିବ । ତାପରେ ପାଗ ଅପରିବର୍ତ୍ତିତ ରହିବ ।

ଗୁରୁବାର ବଲାଙ୍ଗୀର ଓ ସୋନପୁରର ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ୍‌ ଛୁଇଁଥିଲା । ସେହିପରି ଅନୁଗୁଳରେ ୩୭.୭, ବୌଦ୍ଧ ଓ ଟିଟିଲାଗରେ ୩୭.୫, ବାରିପଦା ଓ ନୟାଗଡରେ ୩୭ ଡିଗ୍ରୀ ଥିବା ବେଳେ ଭୁବନେଶ୍ବର, କଟକ ସମେତ ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଟପିଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>