Home News ନୀତିଶ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବେ ତେଜସ୍ୱୀ ଯାଦବ !

ନୀତିଶ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବେ ତେଜସ୍ୱୀ ଯାଦବ !

ନୂଆଦିଲ୍ଲୀ : ଲୋକସଭାରେ ସରକାରଙ୍କ ବିରୋଧରେ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଜାରି ରହିଛି । ଉଭୟ ପକ୍ଷର ସଦସ୍ୟମାନେ ଏଥଇରେ ସାମିଲ ହୋଇ ନିଜର ଯୁକ୍ତି ଉପସ୍ଥାପନ କରୁଛନ୍ତି । ଆଲୋଚନା ପରେ ଭୋଟିଂ ହେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ନେତା ତେଜସ୍ୱୀ ଯାଦବ ବିହାରରେ ନୀତିଶ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବା କଥା କହିଛନ୍ତି । ସେ ଏହି ଅବସରରେ କହିଛନ୍ତି ଯେ, ଅନାସ୍ଥା ପ୍ରସ୍ତାବ କେବଳ ସରକାରଙ୍କୁ ହଟାଇବା ପାଇଁ ହୋଇନଥାଏ । କେବେକେବେ ଜନସାଧାରଣଙ୍କୁ ଉତ୍ତର ଦେବା ପାଇଁ ଏମିତି କରାଯାଇଥାଏ । ଯଦି ଏମିତି ନ ହୁଏ ତେବେ ଅଲଗା ଉପାୟରେ ନୀତିଶ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯିବ । ସୂଚନାଯୋଗ୍ୟ ଯେ, ଆରଜେଡି ଦଳ ମୋଦି ସରକାରଙ୍କ ବିରୋଧରେ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବକୁ ସମର୍ଥନ କରିଛନ୍ତି । ତେଲଗୁ ଦେଶମ ପାର୍ଟି(ଟିଡିପି) ଦଳ ମୋଦି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲା ଓ ବିରୋଧୀ ଦଳମାନଙ୍କୁ ଏହାକୁ ସମର୍ଥନ ଦେବା ପାଇଁ କହିଥିଲା । ପରେ ଏହାକୁ ଆରଜେଡି ଦଳ ସମର୍ଥନ କରିଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି ।...

ଜମାଟୋର ଏହି ଡେଲିଭରୀ ପିଲାର ଫ୍ୟାନ୍ ହେଲେ ଲୋକେ, ସୋସିଆଲ ମିଡିଆରେ ଭାଇରଲ ହେଲା ଭିଡିଓ

ସୋସିଆଲ ମିଡିଆରେ ଏବେ ଜମାଟୋ ଡେଲିଭରୀ ପିଲାଙ୍କ ଏକ ଭିଡିଓ ଖୁବ୍ ଭାଇରଲ ହେବାରେ ଲାଗିଛି । ଲୋକମାନେ ଏହି ଡେଲିଭରୀ ପିଲାର ଫ୍ୟାନ ପାଲଟି ଗଲେଣି । କିନ୍ତୁ କାହିଁକି ?...

ନିର୍ଭୟା ମାମଲା : ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ଯାଚିକା ଦାଖଲ କଲେ ପବନ, ମାଗିଲେ ଏହି ସଜା

ନୂଆଦିଲ୍ଲୀ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଚତୁର୍ଥ ଦୋଷୀ ପବନ କୁମାର ଗୁପ୍ତା ଶୁକ୍ରବାର ସୁପ୍ରିମକୋର୍ଟରେ ସୁଧାରାତ୍ମକ ଯାଚିକା ଦାୟର କରି ଫାଶୀ ବଦଳରେ ଆଜୀବନ ଜେଲ୍ ସଜା ଦେବାକୁ...

ନବୀନ ନିବାସରେ ଏକାଠି ଖାଇଲେ ଶାହ, ନୀତିଶ, ମମତା, ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର : ପୂର୍ବାଞ୍ଚଳ ଆଞ୍ଚଳିକ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାସଭବନରେ ମଧ୍ୟାହ୍ନ ଭୋଜନର ଆୟୋଜନ କରିଥିଲେ । ଏଥିରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

Recent Comments

>