Home Sports ଧୋନୀ ଭାରତର ସର୍ବକାଳୀନ ଶ୍ରେଷ୍ଠ ଅଧିନାୟକ : ସୁରେଶ ରାଇନା

ଧୋନୀ ଭାରତର ସର୍ବକାଳୀନ ଶ୍ରେଷ୍ଠ ଅଧିନାୟକ : ସୁରେଶ ରାଇନା

ନୂଆଦିଲ୍ଲୀ : ବେଶ୍‌ କିଛିଦିନ ଧରି କ୍ରିକେଟ୍‌ରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତର ସର୍ବକାଳକୀନ ଶ୍ରେଷ୍ଠ ଅଧିନାୟକ ବୋଲି ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନା କହିଛନ୍ତି। ଉଭୟ ଧୋନୀ ଓ ରାଇନା ଆଇପିଏଲ୍‌ରେ ସମାନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ପକ୍ଷରୁ ଖେଳୁଛନ୍ତି। ଏଥିରେ ମଧ୍ୟ ଧୋନୀ ଦଳର ନେତୃତ୍ୱ ନେଉଛନ୍ତି। ତେବେ ଜାତୀୟ ଦଳରୁ ଦୂରେଇ ରହିଥିଲେ ମଧ୍ୟ ଧୋନୀ ଆଇପିଏଲ୍‌ର ଆଗାମୀ ତ୍ରୟୋଦଶ ସଂସ୍କରଣରେ ମଧ୍ୟ ଚେନ୍ନାଇ ସୁପର୍‌ କିଙ୍ଗ୍ସର ନେତୃତ୍ୱ ନେବେ ବୋଲି ଜଣାପଡ଼ିଛି। ‘ମୁଁ ଭାବୁଛି କି ଆମ ପାଖରେ ଶ୍ରେଷ୍ଠ ଅଧିନାୟକ ଥିଲେ, ଯିଏକି ଭାରତୀୟ ଟିମ୍‌କୁ ବଦଳାଇ ଦେଇଥିଲେ। ଏବେମଧ୍ୟ ସେ ଆମ ଡ୍ରେସିଂ ରୁମ୍‌ (ଚେନ୍ନାଇ ସୁପର୍‌ କିଙ୍ଗ୍ସ)ରେ ରହିଛନ୍ତି’ ବୋଲି ଷ୍ଟାର୍‌ ସ୍ପୋଟର୍‌ସ ତାମିଲ ପକ୍ଷରୁ ଅନୁଷ୍ଠିତ ‘ଦି ସୁପର୍‌ କିଙ୍ଗ୍ସ ଶୋ’ ଅବସରରେ ରାଇନା ଏହା କହିଛନ୍ତି। ୩୮ ବର୍ଷୀୟ ଧୋନୀ ପୂର୍ବରୁ ଟେଷ୍ଟରୁ ଅବସର ଘୋଷଣା କରିସାରିଥିବାବେଳେ ଏବେ କେବଳ ସୀମିତ ଓଭର କ୍ରିକେଟ୍‌ ଖେଳୁଛନ୍ତି। ତେବେ ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ ପରଠାରୁ ଧୋନୀ କ୍ରିକେଟ୍‌ରୁ ଦୂରେଇ ଯାଇଛନ୍ତି। ଆଇପିଏଲ୍‌ରେ ସେ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି। ମାର୍ଚ୍ଚ ୨୩ରୁ ଚେନ୍ନାଇ ଏହାର ଅଭିଯାନ ଆରମ୍ଭ କରିବ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଝିଅ ବାହାଘର ପାଇଁ ରଖିଥିଲେ, ସବୁ ଜଳିଗଲା

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ବାଉଁଶକଣ ମାଟିଆ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଗତକାଲି ରାତି ୧୦ଟା ୩୦ମିନିଟରେ ଅଗ୍ନିକାଣ୍ଡ ଘଟିଥିଲା । ଅଳ୍ପକେ ବର୍ତ୍ତି ଯାଇଛନ୍ତି...

ପୁଣି ଭାରତୀୟ ବ୍ୟାଟ୍ସମ୍ୟାନ ଫେଲ : ଦ୍ୱିତୀୟ ଟେଷ୍ଟରେ ୨୪୨ରେ ଅଟକିଲା

ଖ୍ରୀଷ୍ଟଚର୍ଚ୍ଚ ୨୯।୦୨: ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ୨ଟେଷ୍ଟରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ନ୍ୟୁଜିଲାଣ୍ଡ...

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦିନଟି ଶୁଭ ଫଳ ଦାୟକ ହେବ । ଗୃହ ଭୂମିରେ ଉନ୍ନତିି, ଉତ୍ତମ ବନ୍ଧୁ ସମ୍ପର୍କ, ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ କ୍ରୟ, ଅର୍ଥାଗମ, ଗୃହରେ ଅତିଥି ସମାଗମ ଓ ଦୂର...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ୮ଟା ୧୦ରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ...

Recent Comments

>